Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଫାଇଭ ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସାଂପ୍ରତିକ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ନେଇ ଆଜି ବଡ ଟିପ୍ପଣୀ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଫାଇଭ ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ । ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ରାଜ୍ୟରେ ଖାଲି ପଡିଥିବା ଶିକ୍ଷକ ପଦବୀ ଖୁବଶୀଘ୍ର ପୂରଣ ହେବ । ବିଗତ ଦିନରେ ଅନେକ ନକଲି ଶିକ୍ଷକ ଧରା ପଡିଛନ୍ତି । ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ବଦଳି ପରେ ସ୍କୁଲ ଯାଉ ନ ଥିବା ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ସ୍କୁଲ ଯାଇ ପିଲାଙ୍କୁ ପାଠ ପଢାଇବାକୁ ଶିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।

ସୂଚନାଯୋଗ୍ୟ, ଭୀଷଣ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିବା ପରେ ଆଜିଠୁ ବିଦ୍ୟାଳୟରେ ପାଠପଢା ସ୍ୱାଭାବିକ ହୋଇଛି ।

More Stories