Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାକୁ ଓହ୍ଲାଇଲେ ସାମ୍ବାଦିକ

ଭୁବନେଶ୍ୱର: ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ କ୍ୱାର୍ଟର୍ସରେ ବେଆଇନ ନିର୍ମାଣ ଭଙ୍ଗାଯିବା ଘଟଣାରେ ଖବର ପ୍ରସାରଣ କରୁଥିବା ବେଳେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଜଣେ ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିବା ଘଟଣାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ସାମ୍ବାଦିକ। ତାଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାମ୍ବାଦିକମାନେ ଦାବି କରିଛନ୍ତି।

ତେବେ ଘଟଣାକୁ ୩ ଦିନ ବିତି ଯାଇଥିବା ସତ୍ତ୍ୱେ ପୁଲିସ୍ କାହିଁକି କାର୍ଯ୍ୟାନୁଷ୍ଠାନ ନେଇନି ତାକୁ ନେଇ ସାମ୍ବାଦିକମାନେ ପ୍ରଶ୍ନ ଉଠାଇଛନ୍ତି। ରଘୁନନ୍ଦନ ଖୋଦ୍ ପୂର୍ବରୁ ଲୋକସମ୍ପର୍କ ବିଭାଗ ଦାୟିତ୍ୱରେ ଥିଲେ। ତଥାପି କେମିତି ସାମ୍ବାଦିକଙ୍କ ଉପରେ ଏଭଳି ବ୍ୟବହାର କରିପାରିଲେ ସେ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ୩ ଦିନ ତଳେ ବିଜେଡିର ସଂଗ୍ରଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସର ନିର୍ମାଣ ଭଙ୍ଗା ଘଟଣାକୁ କଭରେଜ୍ ବେଳେ କର୍ତ୍ତବ୍ୟରତ ମହିଳା ସାମ୍ବାଦିକାଙ୍କ ଉପରକୁ ରଘୁନନ୍ଦନ କୁକୁର ଛାଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।

ଏନେଇ ସମ୍ପୃକ୍ତ ଘରୋଇ ଚ୍ୟାନେଲ ପକ୍ଷରୁ ରଘୁନନ୍ଦନଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିଲା। ରଘୁନନ୍ଦନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଥିଲା। ତେବେ ଘଟଣାକୁ ୩ ଦିନ ବିତି ଯାଇଥିଲେ ମଧ୍ୟ ରଘୁନନ୍ଦନ ଦାସଙ୍କ ଉପରେ ପୁଲିସ୍ କାହିଁକି କାର‌୍ୟ୍ୟାନୁଷ୍ଠାନ ନେଇ ନ ଥିବାରୁ ତା’ର ପ୍ରତିବାଦରେ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି ସାମ୍ବାଦିକ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ