ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ଆଜି ପ୍ରବଳ ବର୍ଷା ନେଇ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି ଓ କୋରାପୁଟକୁ ସତର୍କତା ଜାରି କରାଯାଇଛି ।
ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର ଓ ନୂଆପଡାକୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୯ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।
ଅନ୍ୟପଟେ ରାଜ୍ୟରେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୫ଟି ଜିଲ୍ଲା ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ ଓ ବଲାଙ୍ଗୀରରେ ଉତ୍କଟ ସ୍ଥିତି ରହିଛି ।