ତିନିଦିନ ଛେଚିବ, ବୁଡ଼ାଇବ: ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା


ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ରାଜ୍ୟରେ ବର୍ଷା ଜାରି ରହିବ । ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ମୂଷଳଧାରରେ ବର୍ଷା ହେବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ ।

ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲିଠାରୁ ବର୍ଷା ପ୍ରଭାବ ସାମାନ୍ୟ କମିପାରେ । ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଦେବଗଡ଼, ସମ୍ୱଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨ ଓ ୩ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।