Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରଥଯାତ୍ରାରେ ଚାଲିବ ୩୧୫ ସ୍ୱତନ୍ତ୍ର ଟ୍ରେନ୍

ନୂଆଦିଲ୍ଲୀ:ପୁରୀର ପ୍ରସିଦ୍ଧ ରଥଯାତ୍ରାରେ ଗଡିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍। ଗତ ବର୍ଷ ଅପେକ୍ଷା ଏଥର ଅଧିକ ଟ୍ରେନ୍ ଚାଲିବ। ଆଜି ଏନେଇ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ଓ ପ୍ରଭାତି ପରିଡା ମଧ୍ୟ ରେଳ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି। ତାସହ ଏଥର ରଥଯାତ୍ରାରେ ଅଧିକ ବ୍ୟବସ୍ଥା ହେବ। ୧୫ ହଜାର ଯାତ୍ରୀ ପୁରୀ ଷ୍ଟେସନରେ ରହଣୀ ନେଇ ବି ବ୍ୟବସ୍ଥା ହେବ ବୋଲି ରେଲ ମନ୍ତ୍ରୀ ଦୋହରାଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ