Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ହାଟକୁ ଯିବା ବେଳେ ଚଢ଼ିଗଲା ଟ୍ରକ, ଚାଳକ ମୃତ

ଅନୁଗୁଳ: ହାଟକୁ ଯିବା ବେଳେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ । ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ମରାତିରା ହାଟ ଛକଠାରେ । ମୃତ ବ୍ୟକ୍ତି ଜଣଙ୍କ ହେଲେ ମରାତିରା ଗାଁର ଯୋଗୀ ବିଶ୍ଵାଳ ।
ଯୋଗୀ ଆଜି ସକାଳେ ବାଇକରେ ହାଟକୁ ଯାଉଥିଲେ । ଏହି ସମୟରେ ମରାତିରା ହାଟ ଛକଠାରେ ଟ୍ରକ୍‌ଟି ତାଙ୍କୁ ଧକ୍କା ଦେବା ସହ ତାଙ୍କ ଉପରେ ଚଢ଼ି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ସ୍ଥିତି ଶାନ୍ତ ହୋଇଥିଲା ।

More Stories