Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ବିନିକା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ବାଉଁଶୁଣୀ ପଞ୍ଚାୟତ ଅନ୍ତର୍ଗତ ଭିକାବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୟାନିଧି ପଧାନ ରବିବାର ଦିନ ତାଙ୍କ ପଦବୀରୁ ଅବସର ନେଇଛନ୍ତି। ଏନେଇ ସ୍କୁଲରେ କଇଁନ୍ତରା କ୍ଲଷ୍ଟର ସିଆରସିସି ନୀଳାଚଳ ସାଙ୍କ ସଭାପତିତ୍ବରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବିନିକା ଏବିଇଓ ସସ୍ମିତା ପଟ୍ଟନାୟକ ମୂଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ପୂର୍ବତନ ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ପାଢ଼ୀ ମୂଖ୍ୟବକ୍ତା ଭାବେ ଯୋଗଦେଇ ଥିଲେ। ସେହିପରି ସ୍କୁଲ ପରିଚାଳନା କମିଟି ସଭାପତି ରାଜେନ୍ଦ୍ର ଭୋଇ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଶିକ୍ଷକ ଶିବ ନାରାୟଣ ରଣା ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ସେଲେଡି ଓ କଇଁନ୍ତରା କ୍ଲଷ୍ଟର ଶିକ୍ଷକ/ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିବା ବେଳେ ଛାତ୍ରଛାତ୍ରୀଙ୍କ ସମେତ ଭିକାବାହାଲି ଗ୍ରାମବାସୀ ସହଯୋଗ କରିଥିଲେ। ଶେଷରେ ଶିକ୍ଷକ ନରେନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।