Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୮ ତାରିଖରେ ଖୋଲିପାରେ ରତ୍ନଭଣ୍ଡାର, ୫ରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ଵର: ଆସନ୍ତା ୮ ତାରିଖରେ ଖୋଲିପାରେ ରତ୍ନଭଣ୍ଡାର। ଏ ନେଇ ଆସନ୍ତା ୫ ତାରିଖରେ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇପାରେ । ୮ ରୁ ୨୭ ତାରିଖ ଯାଏଁ ୨୦ ଦିନ ଧରି ହୋଇପାରେ ଗଣତି କାର‌୍ୟ୍ୟ। ୪ ତାରିଖରେ ଜଷ୍ଟିସ ପଶାୟତଙ୍କ ଓଡ଼ିଶା ଗସ୍ତ କାର‌୍ୟ୍ୟକ୍ରମ ରହିଛି। ୫ରୁ ୨୭ ତାରିଖ ଯାଏଁ ପୁରୀରେ ରହିବେ ଜଷ୍ଟିସ ପଶାୟତ। ସେ ଶ୍ରୀମନ୍ଦିର ଅଳଙ୍କାର ତଦାରଖ କମିଟି ମୁଖ୍ୟ ।

ଏହା କିଛି ଦିନ ପୂର୍ବରୁ ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ। ଆଉ ଗଣତି ହେବ। ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ହେବ। କ୍ଷମତାକୁ ଆସିବେ ରତ୍ନଭଣ୍ଡାର ଖୋଲିବାକୁ ବିଜେପି ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା।ଭୁବନେଶ୍ୱରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ନିଜ ବକ୍ତବ୍ୟ ରଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସୂଚନାଯୋଗ୍ୟ, ରତ୍ନଭଣ୍ଡାର ପ୍ରସଙ୍ଗକୁ ବିଜେପି ଏଥର ନିର୍ବାଚନରେ ମୁଖ୍ୟ ପ୍ରସଙ୍ଗ କରିଥିଲା । ଆଉ ଏହାର ଉତ୍ତର ବିଜେଡି ଦେଇ ପାରି ନ ଥିଲା । ଏହି ପ୍ରସଙ୍ଗ ବିଜେପିକୁ ନିର୍ବାଚନରେ ବେଶ ସଫଳତା ଦେଇଛି । ଏବେ ନିଜର ପ୍ରତିଶ୍ରୁତି ପାଳନ କରିବାର ବେଳ ଆସିଛି । ପ୍ରଥମ ପ୍ରତିଶ୍ରୁତି ସ୍ୱରୂପ ମୁଖ୍ୟମନ୍ତ୍ରୀ ଶପଥ ନେବାର ୬ ଘଣ୍ଟା ଭିତରେ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲି ସାରିଛନ୍ତି । ଶ୍ରୀମନ୍ଦିରର ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ