Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

୬ରୁ ପ୍ରବଳ ବର୍ଷା, ଅନେକ ସ୍ଥାନରେ ଛେଚିବ

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ବଡ ବର୍ଷା ହେବାର ସମ୍ଭାବନା ନ ଥିଲେ ବି ଅନେକ ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ଲାଗି ରହିଛି । ତେବେ ୫ ତାରିଖରୁ କିଛି ମାତ୍ରାରେ ବଢ଼ିପାରେ ବର୍ଷା ପରିମାଣ। ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତଥାପି ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଉପୁଜିଛି ।

ଆଜି ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। କାଁ ଭାଁ କେଉଁଠି ହେଉଛି ଝିପିଝିପି ବର୍ଷା ହେଉଛି। ସେପଟେ ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ତେବେ ୬ରୁ ବର୍ଷା ବଢିଲେ ଏହାକୁ କିଛି ମାତ୍ରାରେ ଭରଣା କରାଯାଇ ପାରିବ ।

ରାଜ୍ୟର ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ବର୍ଷା ପରିମାଣ ସ୍ୱାଭାବିକ ରହିଛି। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ।

More Stories