Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆସାମ ବନ୍ୟା: ବୁଡ଼ାଇଛି, ଭସାଉଛି, ନେଲାଣି ୪୬ ମୁଣ୍ଡ

ଆସାମ: ଦିନକୁ ଦିନ ବିଗିଡ଼ିବାରେ ଲାଗିଛି ଆସାମରେ ବନ୍ୟା ସ୍ଥିତି । ବ୍ରହ୍ମପୁତ୍ର ନଦୀ ଆସାମରେ ସୃଷ୍ଟି କରିଛି ଜଳ ପ୍ରଳୟ । ଆଉ ଏହି ପ୍ରାକୃତିକ ଦୁର୍ବିପାକ ନେଲାଣି ୪୬ ଜଣଙ୍କ ଜୀବନ । ବନ୍ୟା ଯୋଗୁଁ ୧୯ ଜିଲ୍ଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ୮ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି ।

ନଗାଁଓ ଜିଲ୍ଲାରେ ସ୍ଥିତି ଜଟିଳ ହୋଇଛି । ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି । ବ୍ରହ୍ମପୁତ୍ର ନଦୀର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହୋଇଥିବାରୁ ସ୍ଥିତି ଆହୁରି ସଙ୍ଗୀନ ହେବାର ଆଶଙ୍କା ରହିଛି ।

ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଓ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ସମସ୍ୟା ହେଉଛି । ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଛି । ଫଳରେ ଏସବୁ ଘରେ ରହୁଥିବା ଲୋକେ ଅନ୍ୟ ସ୍ଥାନରେ ମୁର୍ଡ ଗୁଞ୍ଜିଛନ୍ତି । ସେପଟେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି । ଚାରିଆଡେ ପାଣି ପଶିଯାଇଛି । ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି । ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ ହୋଇଛନ୍ତି ।