Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରଥଯାତ୍ରା ପାଇଁ ଡିଜିଙ୍କ ବୈଠକ, ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆଉ ମାତ୍ର ୩ ଦିନ ବାକି ରହିଛି। ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି କ୍ରମରେ  ପୁରୀ ଟାଉନ୍ ହଲ୍‌ଠାରେ ଡିଜିପିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ପୋଲିସ ପ୍ରଶାସନର ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ନେଇ ବୈଠକ କରିଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ବୈଠକରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମଧ୍ୟ ଉପସ୍ଥିତ ରହିଥିଲେ ।

ଦୁଇଦିନ ରଥଯାତ୍ରା ପଡୁଥିବାରୁ ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଓ ଭିଭିଆଇପିଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବା ନେଇ ଆଲୋଚନା ହୋଇଛି। ରଥଯାତ୍ରା ପାଇଁ ରାଷ୍ଟ୍ରପତିଙ୍କ ଗସ୍ତ ଥିବାରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ । ସୁରକ୍ଷା ଦାୟିତ୍ବରେ ସମୁଦାୟ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ନେଇ ନିଷ୍ପତ୍ତି ହୋଇଛି।

ଏଥର ବିରଳ ରଥ ଯାତ୍ରା ପଡ଼ୁଥିବାରୁ ଶ୍ରୀଗୁଣ୍ଡିଚାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିବ। ତେଣୁ ସୁରକ୍ଷା ଦୃଷ୍ଟିରୁ କଡ଼ା ନଜରରେ ରହିବ ପୁରୀ ସହର । ପୁରା ସହର ସୁରକ୍ଷା ବଳୟ ଭିତରେ ରହିବ । ତେଣୁ ଶୃଙ୍ଖଳିତ ରଥଯାତ୍ରା ପାଇଁ ପ୍ରଶାସନ ସହ ବିଭିନ୍ନ ବିଭାଗର ସମନ୍ବୟ ରକ୍ଷା କରିବା ପାଇଁ ଗୁରୁବାର ମକଡ୍ରିଲ୍ କରାଯାଇଛି ।

ଶୃଙ୍ଖଳିତ ତଥା ସୁରକ୍ଷିତ ରଥଯାତ୍ରା ପାଇଁ ଟାଉନ ଥାନା ଅନ୍ତର୍ଗତ ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ ରୁମ୍‌ରେ ମକଡ୍ରିଲ୍ କରାଯାଇଛି । ବିଭିନ୍ନ ବିଭାଗ ମଧ୍ୟରେ ସୁସନ୍ବୟ କିଭଳି ରହିବ ସେନେଇ ମକଡ୍ରିଲ ହୋଇଛି । ଏନଡିଆରଏଫ, ଓଡ୍ରାଫ, ଅଗ୍ନିଶମ, ମେଡିକାଲ, ପୋଲିସ, ପରିବହନ, ଆମ୍ବୁଲାନ୍ସ ଓ ଅନ୍ୟାନ୍ୟ ବିଭାଗ ଏହି ମକଡ୍ରିଲ୍‌ରେ ସାମିଲ୍ ହୋଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ