ରତ୍ନଭଣ୍ଡାର ଖୋଲିବା ନେଇ କମିଟି ଯାହା ନିଷ୍ପତ୍ତି ନେବ ସରକାର ମାନିବେ: ପୃଥ୍ବୀରାଜ


ପୁରୀ: ଆଜି ଦିନ ୧୧ଟାରୁ ଆରମ୍ଭ ହୋଇଛି ନୂଆ କରି ଗଠନ ହୋଇଥିବା ରତ୍ନଭଣ୍ଡାର କମିଟିର ବୈଠକ । ତେବେ ବୈଠକ ପୂର୍ବରୁ ରତ୍ନଭଣ୍ଡାରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ରତ୍ନଭଣ୍ଡାର ଯାଞ୍ଚ କମିଟି ଏକ ସ୍ୱତନ୍ତ୍ର ବଡି । କେବେ ରତ୍ନଭଣ୍ଡାର ଖୋଲିବ, ମୋଡାଲିଟି କ’ଣ ରହିବ ସେ ନିଷ୍ପତ୍ତି କମିଟି ନେବ । ସେମାନେ ଯେଉଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିବେ ସରକାର ତାହାକୁ ମାନିବେ ।

ନୂତନ ଭାବରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ଆଜି ଦିନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟଠାରେ ବସିଛି । ପୂର୍ବତନ ଜଷ୍ଟିସ ବିଶ୍ୱରନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରୁଛନ୍ତି । ତେଣୁ କମିଟି ଯାହା ନିଷ୍ପତ୍ତି ନେବ ତାହା ସରକାରଙ୍କ ପାଇଁ ଗ୍ରହଣୀୟ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।

ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, କମିଟିର ସବୁ ନିଷ୍ପତ୍ତି ଆମେ ପାଳନ କରିବୁ । ରଥଯାତ୍ରା ସମୟରେ କିମ୍ବା ତା’ପରେ ଯେବେ ରତ୍ନଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ନିଆଯିବ ରାଜ୍ୟ ସରକାର ତହାକୁ ଗ୍ରହଣ କରିବେ ।

ସୂଚନାଯୋଗ୍ୟ, ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବାକୁ ଯାଉଛି । ରତ୍ନଭଣ୍ଡାର ଖୋଲାଗଲା ପରେ ଏହାର ପ୍ରକୃତ କାମ ଗଣତି ଓ ମଣତି ନେଇ ନିଷ୍ପତ୍ତି ହେବ । ଭିତର ଓ ବାହାର ରତ୍ନଭଣ୍ଡାରର ଗହଣାକୁ କାଢ଼ି ସୁରକ୍ଷାରେ ରଖିବା ବଡ଼ କାମ । କାମକୁ ସୁରୁଖୁରରେ ସମ୍ପାଦନ କରିବାକୁ ଯଥାସାଧ୍ୟ ପ୍ରଚେଷ୍ଟା କରିବୁ । ରତ୍ନଭଣ୍ଡାରରୁ ଅଳଙ୍କାର ଚିହ୍ନଟ ଓ ଗଣତିକୁ ଶୀଘ୍ର ସାରିବାକୁ ପ୍ରାଧାନ୍ୟ ଦିଆଯିବ ବୋଲି କହିଛନ୍ତି ଜଷ୍ଟିସ୍ ବିଶ୍ୱନାଥ ରଥ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।