Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆସିଲା ଆଜ୍ଞାମାଳ, ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ

ପୁରୀ: ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା। ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ। ରଥଖଳାରେ ପ୍ରସ୍ତୁତ ୩ ରଥକୁ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଛି ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥ ।
ଶ୍ରୀଜିଉମାନେ ଅଣସର ଘରେ ଥିବାରୁ ପଟ୍ଟିଦିଅଁଙ୍କଠାରୁ ବିଜେ ହୋଇଥିଲା ଆଜ୍ଞାମାଳ । ୩ ରଥର ପୂଜାପଣ୍ଡା ସାମନ୍ତ ପଟ୍ଟିଦିଅଁଙ୍କଠାରୁ ଆଜ୍ଞାମାଳ ଧରି ତିନି ରଥରେ ବିଜେ କରାଇଥିଲେ । ଏହା ପରେ ରଥଖଳାରୁ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣି ନେଇଥିଲେ ପୋଲିସ ଅଧିକାରୀ ଓ ବହୁ ଶ୍ରଦ୍ଧାଳୁ ।
ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥ ଟଣାଯାଇ ସିଂହଦ୍ୱାରକୁ ନିଆଯାଇଥାଏ ।
ଚଳିତ ବର୍ଷ ରଥଯାତ୍ରା ଦିନ ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଭକ୍ତମାନେ ମହାପ୍ରଭୁଙ୍କର ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ । ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।