ଅସ୍ତରଙ୍ଗ ବନ୍ୟପ୍ରାଣୀ ବନାଞ୍ଚଳ ର ବାନ ମହୋତ୍ସବ ।


ଅସ୍ତରଙ୍ଗ,,ପୁରୀ ବନ୍ୟପ୍ରାଣି ବନଖଣ୍ଡ ଅଧିନ ,ଅସ୍ତରଙ୍ଗ ବନ୍ୟପ୍ରାଣି ବନାଞ୍ଚଳ ତରଫରୁ ଶନିବାର ଦିନ ସହନ ନିକଟ ଗଙ୍ଗାଦେବି ଝାଉଁ ଜଙ୍ଗଲ ପରିସରରେ ୭୫ ତମ ବନ ମହୋତ୍ସଵ ପାଳିତ ହୋଇ ଯାଇ ଅଛି । ଏହି ମହତ କାର୍ଯ୍ୟକ୍ରମ କୁ ‘ମା ପାଇଁ ଗଛ ଟିଏ’ ର ନାରା ଦେଇ ନଡ଼ିଆ ବଡୋଇ ଶୁଭ ଉଦ୍ଘାଟନ କରି ଗଛ ଟିଏ ରୋପଣ କରିଥିଲେ କାକଟପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା । ବୃକ୍ଷ ନି ଜୀବନ । ଗଛ ବଞ୍ଚିଲେ ଆମେ ବଞ୍ଚିବା ସହ,ଗଛ ଆମକୁ ଛାଇ ଦେବାସହ ଅମ୍ଳ ଜାନ ମଧ୍ୟ ଦେଇ ଥାଏ । ତେଣୁକରି ଆଜିର ଏହି ପବିତ୍ର ଦିନ ତଥା ଆଗାମୀ ଦିନରେ ସମସ୍ତେ ଗୋଟେ ଗୋଟେ ଗଛ ଲଗାଇବା ପାଇଁ ଶପଥ ନେବା ବୋଲି ମତବ୍ୟକ୍ତ କରିଥିଲେ । ସେହି ପରି ଅସ୍ତରଙ୍ଗ ବନ୍ୟପ୍ରାଣୀ ବାନାଞ୍ଚଳ ତରଫରୁ ଆଗାମୀ ଦିନରେ ,୧ ଲକ୍ଷ୍ୟ ୮୦ ହଜାର ଚାରା ରୋପଣ କରାଯିବ ବୋଲି ଅସ୍ତରଙ୍ଗ ବାନାଞ୍ଚଳ ଅଧିକାରୀ ମୋନାଲିଶା ମହାପାତ୍ର ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ଆରତୀ ନାଏକ,ବି ଡି ଓ ସୁଶ୍ରୀ ସସ୍ମିତା ବେହେରା,ବ୍ଲକ ଉପାଧ୍ୟକ୍ଷ ଦୃଜୟ ମିଶ୍ର,ପୂର୍ବତନ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତ୍ରିମୟ ଦଳାଇ,ପରିବେଶ ବିତ ଶୋଭାକର ବେହେରା, ସରପଞ୍ଚ କ୍ଷୀର କଣ୍ଡୀ ,ଙ୍କ ସମେତ ବନ ଭ ବିଭାଗର ଅସ୍ତରଙ୍ଗ ରେଞ୍ଜ ର ସମସ୍ତ କର୍ମଚାରୀ, ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲା ବେଳେ,ଏହି ସବୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ବନପାଳ ସବିର ସାହୁ ଓ କାଳୀ ଚରଣ ମହାନ୍ତି ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.