ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ରଥଯାତ୍ରା ଶୁଭେଚ୍ଛା


ଭୁବନେଶ୍ବର: ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଭାଇ ଭଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ଯାତ୍ରା କରିବେ ମହାପ୍ରଭୁ ଜଗନ୍ନଥ । ଏତିପାଇଁ ନା କେବଳ ଓଡ଼ିଶା ସାର ବିଶ୍ବରେ ଜଗା ଭକ୍ତଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରାଜ୍ୟବାସୀଙ୍କ ପାଖକୁ ବିଭିନ୍ନ ଆଡୁ ଆସୁଛି ଶୁଭେଚ୍ଛା । ଏହି କ୍ରମରେ ମହାମହିମ ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ରଥଯାତ୍ରା ଶୁଭେଚ୍ଛା ଜଣାଇଛନ୍ତି ।

ରାଷ୍ଟ୍ରପତି କହିଛନ୍ତି, ଦେଶ ତଥା ବିଶ୍ବର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଚାହିଁ ରହିୁଛନ୍ତି । ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛି ।

ସେହିପରି ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି । ଦେଶବାସୀଙ୍କ ଉପରେ ମହାପ୍ରଭୁ ଅପାର କରୁଣା ବର୍ଷାନ୍ତୁ ବୋଲି ସେ କାମନା କରିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖଶାନ୍ତିରେ ପରିପୂର୍ଣ୍ଣ ହେଉ ବୋଲି ନବୀନ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ।