Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେଡିରେ ବଡ ପରିବର୍ତ୍ତନ, ସଂତୃପ୍ତ ନବୀନଙ୍କ ରାଜନୈତିକ ସଚିବ, ୧୪ ଜଣ ମୁଖପାତ୍ର ନିଯୁକ୍ତ

ଭୁବନେଶ୍ୱର: ପ୍ରଥମ ଥର ପରାଜୟର ସ୍ୱାଦ ଚାଖିଥିବା ବିଜୁ ଜନତା ଦଳ ରଥ ଯାତ୍ରା ଦିନ ନିଜର ବିଭିନ୍ନ କମିଟିର ନବକଳେବର କରିଛି । ରାଜ୍ୟସ୍ତରୀୟ ସମସ୍ତ କମିଟିକୁ ଦଳର ସଭାପତି ନବୀନ ପଟ୍ଟନାୟକ ଭଙ୍ଗ କରିଛନ୍ତି । ଖୁବଶୀଘ୍ର ନୂଆ କମିଟି ଗଠନ ହେବ ବୋଲି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି । ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରାଯାଇଛି ।

ବିଜ୍ଞପ୍ତି ଅନୁଯାୟୀ, ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କର ଜନସଂପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ୫ ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଦଳ ଘୋଷଣା କରିଛି । ଏଥିରେ ଡ. ସଂତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ତୁଲାଇବେ ।

୧୪ ଜଣଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର ଭାବେ ଦଳ ଦାୟିତ୍ବ ପ୍ରଦାନ କରିଛି ଦଳ। ସେମାନେ ହେଲେ ପ୍ରସନ୍ନ ଆଚାର‌୍ୟ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ,ଡ. ଅରୁଣ କୁମାର ସାହୁ, କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ।

ସେହିପରି ବରିଷ୍ଠ ନେତା ପ୍ରତାପ ଜେନା ବରିଷ୍ଠ ରାଜ୍ୟ ଗଣମାଧ୍ୟମ ସଂଯୋଜକ ଭାବେ ନିଯୁକ୍ତ ହୋଇଥିବାବେଳେ ସ୍ବୟଂ ପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦଳ ନିଯୁକ୍ତ କରିଛି ଦଳ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ