Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଲାଞ୍ଜିଗଡଠାରେ ମାଣ୍ଡିଆ ପ୍ରକ୍ରିୟାକରଣ କେନ୍ଦ୍ର ଉଦଘାଟିତ

କଳାହାଣ୍ଡି,୦୯/୦୭-ଲାଞ୍ଜିଗଡ ବଜାରପଡ଼ିଆଠାରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ଦ୍ୱାରା ମାଣ୍ଡିଆ ପ୍ରକ୍ରିୟାକରଣ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ସହିତ ପିଏ ଆଇଟିଡିଏ ରାମକୃଷ୍ଣ ଗଣ୍ଡ, କେକେଡିଏର ସ୍ୱତନ୍ତ୍ର ଅଧିକାରୀ ଶରତ ଚନ୍ଦ୍ର ସାହୁ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ ବିଡ଼ିଓ ଶଶାଙ୍କ ପାତ୍ର, କେକେଡିଏ ପ୍ରୋଗ୍ରାମ ଅଧିକାରୀ ଲମ୍ବୋଦର ପ୍ରଧାନଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମିଲେଟ ମିଶନ ଜରିଆରେ ଏହି ପ୍ରକ୍ରିୟାକରଣ କେନ୍ଦ୍ର ସ୍ଥାପିତ ହୋଇଥିବାବେଳେ ବାନୀଗାଁର ତିନୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏହାର ପରିଚାଳନା କରିବେ ବୋଲି ଜଣାପଡିଛି।