Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାପାଳଙ୍କ ଗୁମ୍ମା ବ୍ଲକ ତରଭା ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି:୯/୭(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତାରଭା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାରଭା ସମେତ ଉଖୁରା, ରାଗଡ଼ି ଓ ଗୁମ୍ମା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୨୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୮୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୯ ଗୋଟି ଓ ୫୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା,ତହସିଲଦାର ଶ୍ରୀ ଦେବୀ ପ୍ରସନ୍ନ ସାରସ୍ଵତ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ