ସୋନପୁରରେ ବରାହ ଓ ନୃସିଂହ ବେଶରେ ଦର୍ଶନ ଦେଲେ ବଡ଼ ଠାକୁର


ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୋନପୁର ବଡ଼ବଜାର ଗୁଣ୍ଡିଚା ମନ୍ଦିର ଠାରେ ଚତୁ୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଜି ବରାହ ଓ ନୃସିଂହ ବେଶରେ ଦର୍ଶନ ଦେଇଛନ୍ତି। କଥାରେ ଅଛି ଆଡପ ମଣ୍ଡପରେ ପ୍ରଭୁଙ୍କୁ ଦର୍ଶନ ମହାପୁଣ୍ୟ ଓ ଫଳ ପ୍ରାପ୍ତି ଅଟେ। ଏହି ଅବସରରେ ବଡ଼ବଜାର ‘ଗୁଣ୍ଡିଚା ରଥଯାତ୍ରା ସାଂସ୍କୃତିକ କମିଟି’ ପକ୍ଷରୁ ଗୁଣ୍ଡିଚା ମନ୍ଦିର ଠାରେ ସନ୍ଧ୍ୟା ସମୟରୁ ରାତି ପର୍ଯ୍ୟନ୍ତ ପ୍ରତ୍ୟହ ସୁନ୍ଦର ଓ ଆକର୍ଷଣୀୟ ଭଜନ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୁଏ l ଆଜି ବିଶ୍ଵଶାନ୍ତି ଭଜନ ସନ୍ଧ୍ୟା କାର୍ଯ୍ଯକ୍ରମ ରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଦର୍ଶନ ସହିତ ଭଜନ କାର୍ଯ୍ୟକ୍ରମର ମଜା ନେଇଥିଲେ। ଆଜି ର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅତିଥି ରୂପେ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଇଂ ମନୋରଞ୍ଜନ ପଣ୍ଡା, ଥାନା ଭାର ପ୍ରାପ୍ତ ଅଧିକାରୀ ରମେଶ ମାହାଣା ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ l ସେହିପରି ଆଜି ବୃନ୍ଦାବନ ମନ୍ଦିରରେ ମଧ୍ୟ ପ୍ରଭୁ ଜଗନ୍ନାଥ ବରାହ ଅବତାର ରେ ଭକ୍ତମାନଙ୍କୁ ଦର୍ଶନ ଦେଉଥିବା ବେଳେ ବଡ଼ଠାକୁର ପ୍ରଭୁ ଦଧିବାମନ ମଝିପଡା ଠାରେ ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଓ ଥନାପତି ପଡାରେ ମଧ୍ୟ ଶ୍ରଦ୍ଧାଳୁ ପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଲୀଳା ଦର୍ଶନ ଲାଭ କରୁଛନ୍ତି l ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିବା ଜଣା ଯାଇଛି l