Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫଇଙ୍ଗି ଦେଲେ

ପଦ୍ମପୁର: ବରଗଡ଼ ଜିଲ୍ଲା ପାଇକମାଳ ଥାନା ଅନ୍ତର୍ଗତ ମଣ୍ଡୋସିଲ ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର । ବିଳମ୍ବିତ ରାତିରେ ତାଙ୍କୁ ହତ୍ୟା କରାଯାଇ ରାସ୍ତାରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ପିଙ୍କୁ ସାହୁ ।

ଆଜି ସକାଳେ ପିଙ୍କୁଙ୍କ ମୃତଦେହ ଗାଁ ରାସ୍ତାରେ ପଡ଼ିଥିଲା । ଗ୍ରାମବାସୀ ଏହା ଦେଖି ପୋଲିସକୁ ଖବର ଦେଇଥିଲେ । ପାଇକମାଳ ପୋଲିସ ଗାଁରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

ଗତକାଲି ରାତିରେ ମଣ୍ଡୋସିଲରୁ ଭୁତମୁଣ୍ଡା ଯିବା ରାସ୍ତାରେ କିଛି ଯୁବକ ବାଇକରେ ଆସି ପିଙ୍କୁଙ୍କ ସହ ଝଗଡା କରିଥିଲେ । ସେହି ଯୁବକମାନେ ପିଙ୍କୁକୁ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।