Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କେନଝରିଆ ପାଲି ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠ ରେ ମାଟ୍ରିକ ପାସ୍ 66 ଜଣ ଛାତ୍ରଛାତ୍ରୀ ଙ୍କୁ ପ୍ରମାଣ ପତ୍ର ପ୍ରଦାନ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠ ରେ 2024 ମାଟ୍ରିକ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିବା 66 ଜଣ ଛାତ୍ରଛାତ୍ରୀଙ୍କୁ ମାଧ୍ୟମିକ ଶିକ୍ଷା ବୋର୍ଡ଼, ଓଡିଶା ପ୍ରଦତ୍ତ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା । ଆୟୋଜିତ ସଭାରେ ପ୍ରଧାନ ଶିକ୍ଷକ ବ୍ରଜମୋହନ ବାରିକ ସଭାପତିତ୍ୱ କରିଥିଲେ । ସହକାରୀ ଶିକ୍ଷକ ଦିନବନ୍ଧୁ ପ୍ରଧାନ ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତ ର ଉଚ୍ଚଶିକ୍ଷା ଲାଭ କରି ସମାଜରେ ସୁନାଗରିକ ହୋଇ ସମାଜସେବାରେ ବ୍ରତୀ ହେବାକୁ ଉପଦେଶ ପ୍ରଦାନ କରିଥିଲେ। ସହକାରୀ ଶିକ୍ଷକ ପ୍ରମୋଦ କୁମାର ପାତ୍ର, ଗୌରୀଶଙ୍କର ପୁଜାହାରୀ , ଜଗଦିଶ ପ୍ରଧାନ , ମୀନକେତନ ରଣା ଏବଂ ସତ୍ୟନାରାୟଣ ରାଜହଂସ ପ୍ରମୁଖ ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ ସହ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ଉଜ୍ଜଳ କାମନା କରିଥିଲେ।ସଭାଶେଷରେ ଖେଳ ଶିକ୍ଷକ ସୁରେନ୍ଦ୍ର କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ