Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଧାର୍ଯ୍ୟ ତାରିଖରେ ଖୋଲିବ ଶ୍ରୀମହାପ୍ରଭୁଙ୍କ ରତ୍ନଭଣ୍ଡାର: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲାଯିବା ନେଇ ଆସିଛି ବଡ ଖବର । ଜୁଲାଇ ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ । କେବଳ ପରିଚାଳନା କମିଟି ଦ୍ୱାରା ଯେଉଁ ଏସଓପି ସୁପାରିଶ ହୋଇଛି ତାର ବିଭିନ୍ନ ଦିଗରେ ଯାଞ୍ଚ କରାଯିବ । ଗୁରୁବାର ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଗଣମାଧ୍ୟମକୁ ପ୍ରତିକିୟା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ପରିଚାଳନା କମିଟି ମୋହର ମାରିଛି । ପରିଚାଳନା କମିଟିର ବୈଠକରେ ହୋଇଥିବା ସୁପାରିଶ ସରକାରଙ୍କ ପାଖରେ ପହଞ୍ଚିବା ପରେ ଏହାର ଯାଞ୍ଚ କରାଯିବ। ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ନୀତିକାନ୍ତି ସହ ଖାପଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେହି ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି ଆଇନମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ୯ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକରେ ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା। ଚାବି କାମ କରୁ କି ନ କରୁ ରତ୍ନଭଣ୍ଡାର ଖୋଲାଯିବ ବୋଲି ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଥିଲେ। ତେବେ ବୁଧବାର ପରିଚାଳନା କମିଟି ବୈଠକରେ ଯାଞ୍ଚ କମିଟିର ପ୍ରସ୍ତାବ ଉପରେ ମୋହର ବାଜିଥିଲା।

ଜଷ୍ଟିସ ବିଶ୍ୱନାଥ ଏହା ମଧ୍ୟ କହିଥିଲେ, ୧୪ ତାରିଖରେ ପ୍ରଶାସନ ଚାବି କମିଟିକୁ ହସ୍ତାନ୍ତର କରିବ। ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତର ଲାଗି ନିର୍ଦ୍ଧାରିତ ସ୍ଥାନ ଠିକ୍ କରାଯାଇଛି। ତାପରେ ଗଣତିମଣତି କରାଯିବ। ଏଥିପାଇଁ ଗହଣା ଗଣତି ପାଇଁ ସରକାର ମେଟ୍ରୋଲୋଜିଷ୍ଟ ଗ୍ରୁପ ଓ ବଣିଆ ଗ୍ରୁପଙ୍କୁ ନିଯୁକ୍ତି ଦେବେ। ଏହି ସମୟରେ ଦର୍ଶନରେ ଯେପରି କିଛି ଅସୁବିଧା ହେବ ନାହିଁ, ସେଥିପ୍ରତି ଧ୍ୟାନ ଦିଆଯିବ। ଏଣୁ ଜଷ୍ଟିସ୍ ବିଶ୍ବନାଥ ରଥ ଭକ୍ତମାନଙ୍କ ସହଯୋଗ ଲୋଡ଼ିଛନ୍ତି। ଆଜି ରତ୍ନ ଭଣ୍ଡାର କମିଟିର ଦ୍ୱିତୀୟ ବୈଠକ ବସିଥିବା ବେଳେ ଏ ନେଇ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଥିବା କହିଥିଲେ ଜଷ୍ଟିସ ରଥ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ