Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଆଜି ଫେରିବେ ଶ୍ରୀଜିଉ

ପୁରୀ: ଆଜି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରାର ବାହୁଡ଼ା ପର୍ବ । ଜନ୍ମବେଦୀରେ ଲୀଳାଖେଳା ସାରି ଭାଇଭଉଣୀଙ୍କ ସହ ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେଇ ଲକ୍ଷ ଲକ୍ଷ ଭକ୍ତଙ୍କ ମେଳିରେ ଶ୍ରୀମନ୍ଦିର ଫେରିବେ ତିନି ଠାକୁର । ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି ।

ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ । ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ଯ୍ୟ ହୋଇଛି । ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ । ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ