Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ବଡ଼ ସିନ୍ଧିବା ପଞ୍ଚାୟତରେ ମହିଳାମାନେ ମିଳିତ ଭାବେ ଶୋଭାଯାତ୍ରା କରି ମଦ ବିକ୍ରି ବନ୍ଦ ପାଇଁ ଦାବି କଲେ

ପାରଳାଖେମୁଣ୍ଡି:୧୬/୭(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାରେ ମଦ ବନ୍ଦ ଦାବି ଜୋର ଧରିଲା. ମହିଳାମାନେ ଏକତ୍ରିତ ହୋଇ ମଦ ବିକ୍ରି ବନ୍ଦ ପାଇଁ ଶୋଭାଯାତ୍ରା କରି ମଦ ବ୍ୟବସାୟୀ ଓ ପ୍ରଶାସନକୁ ଚେତାବନୀ ଦେଇଛନ୍ତି. ଘଟଣାରୁ ପ୍ରକାଶ, ମୋହନା ବ୍ଲକର ବଡସିନ୍ଧବା ପଞ୍ଚାୟତରେ ମଦ ବନ୍ଦ ଦାବିରେ ଶତାଧିକ ମହିଳା ଶୋଭାଯାତ୍ରା କରିଥିଲେ. ଏହି ଶୋଭାଯାତ୍ରାରେ ବଡସିନ୍ଧବା ସରପଞ୍ଚ ପାର୍ବତୀ ପାଇକ ସାମିଲ ହୋଇଥିବା ବେଳେ ସବୁ ଗାଁର ମହିଳା ସଂଘ ଯୋଗ ଦେଇଥିଲେ | ବଡସିନ୍ଧବା ପଞ୍ଚାୟତର ବଡସିନ୍ଧବା, ଦାରିଆମ୍ବ, ଚଢିଆପଦା, ଢେଙ୍କାସିନ୍ଧବା, କାଦମୂଳି, ଖାରିଗୁମ୍ମା, ରୁଆମ୍ବ, ଜାମଢ଼ିଅ ଓ ବାରିଆବନ୍ଧ ଆଦି ଗାଁରେ ଶୋଭାଯାତ୍ରା କରିବା ସହ ମଦ ବିକ୍ରି ନ କରିବା ପାଇଁ ତାଗିଦ କରିଥିଲେ | ଯଦି ପଞ୍ଚାୟତର ମଦ ବିକ୍ରି ହେଉଥ‌ିବା ନଜର ଆସେ ତେବେ କଡା ପଦକ୍ଷେପ ନେବାକୁ ଚେତାବନୀ ଦେଇଛନ୍ତି ମହିଳା। ମଦ ନ ପିଇବାକୁ ଲୋକଙ୍କୁ ସଚେତନ କରିବା ସହ ପ୍ରତ୍ୟେକ ପରିବାରରେ ମହିଳା ସଚେତନ ହେବାକୁ ପରାମର୍ଶ ଦେଇଥିଲେ। ମଦ ପିଇବା ଦ୍ବାରା ଅକାଳରେ ଅନେକ ଲୋକଙ୍କ ଜୀବନ ଯାଉଛି ଏଥିସହ ଅନେକ ପରିବାର ଛାରଖାର ହୋଇଥିବା ସହ ମଦ ପିଇ ଲୋକେ ବିଭିନ୍ନ ଭାବେ ଗଣ୍ଡଗୋଳ ଓ ହଣାକଟା ହେଉଛନ୍ତି.ତେଣୁ ଏଥିରୁ ଦୂରେଇ ରହିବାକୁ ସରପଞ୍ଚ ଆହ୍ବାନ ଦେଇ ସମ୍ପୃକ୍ତ ଅଞ୍ଚଳରେ ମଦ ବିକ୍ରି ପାଇଁ ଦାବି କରିଛନ୍ତି.

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।