Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀ ମାନଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୭/୭(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ଶୁଭ ଉଦଘାଟିତ କରିଥିବା ବେଳେ ସ୍ଵାସ୍ଥ୍ୟ ଶିବିରର ମୁଖ୍ୟ ଅତିଥି ଭାବରେ ସୁଶ୍ରୀ ସ୍ଵାତୀ ଏସ କୁମାର, ଆରକ୍ଷୀ ଅଧିକ୍ଷକ ଗଜପତି, ଯୋଗ ଦେଇଥିଲେ ଓ ସମ୍ମାନିତ ଅତିଥି ଭାବରେ ଡ଼.ଗୁଣନିଧି ନାୟକ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଓ ଡାକ୍ତର ଏଲ୍.କେ.ବିଜୟ କୁମାର,ଜେମସ୍ ହସ୍ପିଟାଲ୍ ରାଗୋଲୁ ଶ୍ରୀକାକୁଲମ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଶିବିର ଜିଲ୍ଲା ପ୍ରଶାସନ ଓ ଜେମସ୍ ହସ୍ପିଟାଲ୍ ରାଗୋଲୁ ଶ୍ରୀକାକୁଲମ ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଥିଲା। ସ୍ୱାସ୍ଥ୍ୟ ଶିବିରରେ ଜିଲ୍ଲାର ମୋଟ ତିନିଶହ ରୁ ଉର୍ଦ୍ଧ ସରକାରୀ କର୍ମଚାରୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପରେ ପରେ ସମସ୍ତ କର୍ମଚାରୀ ମାନଙ୍କୁ ନେଇ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମ୍ପର୍କିତ ବିଷୟରେ ଡାକ୍ତର ଏଲ୍.କେ.ବିଜୟ କୁମାର ସଚେତନତା କରାଇଥିଲେ ଓ ନିଜେ ନିଜ ସ୍ବାସ୍ଥ୍ୟ କୁ ସୁସ୍ଥ ରଖିବକୁ ହେଲେ ପ୍ରତିଦିନ ଏକ ଘଣ୍ଟା ବ୍ୟାମ କରିବା ପାଇଁ ସମସ୍ତଙ୍କୁ ଅବଗତ କରାଇଥିଲେ। ସୁସ୍ଥ ସ୍ଵାସ୍ଥ୍ୟ ସମ୍ପର୍କିତ ବିଷୟରେ ଡାକ୍ତରଙ୍କ ସହିତ ଫଙ୍ଖାନୁଫୁଙ୍ଖ ଆଲୋଚନା କରିଥିଲେ।
ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ କାନ୍ତ ମହାନ୍ତି,ଡେପୁଟି କଲେକ୍ଟର ଶ୍ରୀ ପାଣକୃଷ୍ଣ ପାଣିଗ୍ରାହୀ, ଶ୍ରୀ କମଳକାନ୍ତ ପଣ୍ଡା ଓ ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବନନ୍ଦ ନାୟକ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।