ଆଗାମୀ ୩ ଘଣ୍ଟା କାଳବୈଶାଖୀ ବର୍ଷା ସମ୍ଭାବନା


ଭୁବନେଶ୍ବର: ତାତିରୁ ମିଳିଲା ତ୍ରାହି। କାଳବୈଶାକୀ ପ୍ରଭାବ ଯୋଗୁ ଅସହ୍ୟ ତାତିରୁ ଆଶ୍ବସ୍ତି ମିଳିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲ୍ଲାରେ କାଳବୈଶାଖୀ ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ବହିବା ସମ୍ଭାବନା ରହିଛି । ଏନେଇ ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

ପାଣିପାଗକୁ ଦେଖି ଘରୁ ବାହାରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ବିଭାଗର ଆକଳନ ଅନୁସାରେ, ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଅନୁଭୂତ ହେବ ।