Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆରମ୍ଭ ହେଲା ବିଧାନସଭା ଅଧିବେଶନ, ରାଜ୍ୟପାଳଙ୍କ ଅଭିଭାଷଣ- ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ସ୍ୱପ୍ନ ଲକ୍ଷ୍ୟ ପୂରଣ

ଭୁୁବନେଶ୍ୱର: ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଛି । ଅଧିବେଶନ ଆରମ୍ଭରେ ନିଜ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ରଘୁବର ଦାସ । ବିଜେପି କ୍ଷମତାକୁ ଆସିବା ପରେ ଏହା ମୋହନ ସରକାରର ପ୍ରଥମ ବଜେଟ୍ ଅଧିବେଶନ। ୨୫ରେ ୨୦୨୪-୨୫ର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ ।

ତେବେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ହେବା ସହ କକ୍ଷତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ । ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି କକ୍ଷତ୍ୟାଗ କରିଛନ୍ତି ଏହି ଦୁଇ ଦଳର ବିଧାୟକ ।

ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି ଯେ, ମୋ ସରକାର ନିରପେକ୍ଷତାର ସହ କାମ କରିବ ଯୁବକଙ୍କୁ ରୋଜଗାର ମୋ ସରକାରର ପ୍ରଥମ ପ୍ରାଥମିକତା । ନିବାଚନ ସମୟରେ ଯେଉଁ ପ୍ରତିଶ୍ରୁତି ଦିଆଯାଇଛି, ତାହା ପୂରଣ କରାଯିବ । ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି। ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ। କୃଷକଙ୍କ ଉନ୍ନତି ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିବୁ। କୃଷକଙ୍କୁ ସଶକ୍ତ କରିବା ପାଇଁ ପିଏମ୍ କିଷାନ ଲାଗୁ କରିବୁ। ମତ୍ସ୍ୟଚାଷ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ।

ରାଜ୍ୟପାଳ କହିଛନ୍ତି, ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ସ୍ୱପ୍ନ ଲକ୍ଷ୍ୟ ପୂରଣ ହେବ । ସମୃଦ୍ଧ କୃଷି ନୀତି ପ୍ରଚଳନ କରି କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣିବୁ । ଏହି ନୀତି ଅଧୀନରେ ଚାଷୀଙ୍କୁ ଧାନ କ୍ୱିଣ୍ଟାଲ ପିଛା ୩୧ ଶହ ଟଙ୍କା ଦିଆଯିବ । ୪୮ ଘଣ୍ଟା ମଧ୍ୟରେ ଏହି ରାଶି ଚାଷୀଙ୍କ ଆକାଉଣ୍ଟକୁ ଯିବ । କୃଷକଙ୍କ ଆୟ ବୃଦ୍ଧି ମୋ’ ସରକାରର ମୂଳ ଲକ୍ଷ୍ୟ । ଶୀତଳ ଭଣ୍ଡାର ସୁବିଧା, ପ୍ରକ୍ରିୟାକରଣ ୟୁନିଟ, ଯୋଗାଣ ଶୃଙ୍ଖଳିତ ହେବ ।ମଣ୍ଡିରେ ଶସ୍ୟ ଭଣ୍ଡାର, କୃଷକ ବିଶ୍ରାମ ଗୃହ ରହିବ । ବଜାର ଜାତୀୟ ଶସ୍ୟ ଉତ୍ପାଦନ, ବ୍ୟବହାର ବୃଦ୍ଧି ପଦକ୍ଷେପ ନେବୁ।

ଓଡ଼ିଶାରେ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବାକୁ ପ୍ରତିଶ୍ରୁତିବଦ୍ଧ । ଶିକ୍ଷକ ପ୍ରଶିକ୍ଷଣ, ଗ୍ରାମାଞ୍ଚଳରେ ଡିଜିଟାଲ ଭିତ୍ତିଭୂମି ସମ୍ପ୍ରସାରଣ ହେବ। ସାରା ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଜିଲ୍ଲା ମେଡିକାଲ୍‌ରେ ପ୍ରସୂତୀ, ଶିଶୁ ରୋଗ ବିଶେଷଜ୍ଞ ନିଶ୍ଚିତ ରହିବେ । ଉପକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ନାଁ ‘ଆରୋଗ୍ୟ ମନ୍ଦିର’ କରାଯିବ । ପ୍ରତି ସିଏଚ୍‌ସିରେ ଗୋଟିଏ ଭ୍ରାମ୍ୟମାଣ୍ୟ ୟୁନିଟ୍ ରହିବ। ୨୦୩୦ ସୁଦ୍ଧା ରାଜ୍ୟକୁ ମ୍ୟାଲେରିଆ ମୁକ୍ତ କରାଯିବ ରାଜ୍ୟପାଳ ରଘୁବର ଦାସ ଏହା ମଧ୍ୟ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ