ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ 37 ଗୋଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ


ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୮ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା , ଉପାଧ୍ୟକ୍ଷ ନାରାୟଣ ଲୁହା ସମେତ ଜିଲ୍ଲା ସ୍ତରରୁ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ପଲ୍ଲବୀ ରାଣୀ ରାଜ , ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀର ସାମଲ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଉପଖଣ୍ଡ କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା , ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l