ରାଉରକେଲା ସରକାରୀ ଡାକ୍ତରଖାନା ମ୍ୟାନେଜର ବହିଷ୍କୃତ


ରାଉରକେଲା: ରାଉରକେଲା ସରକାରୀ ଡାକ୍ତରଖାନାର ମ୍ୟାନେଜରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ମୃାନେଜର ମୋହିତ କୁମାରଙ୍କୁ ବହିଷ୍କାର କଲେ ଓଡିଶା ମିଶନ ଡାଇରେକ୍ଟର । ଡାକ୍ତରଖାନାରେ ଲଣ୍ଡ୍ରୀ, ସିକ୍ୟୁରିଟି, ଆଟେଣ୍ଡାନ୍ସ, ମର୍ଗ ହାଉସ ଓ ସଫେଇ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା ।

ସୂଚନାଯୋଗ୍ୟ, ଡାକ୍ତରଖାନାର ନିର୍ଦ୍ଦେଶକଙ୍କ ଅଭିଯୋଗ ପରେ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍ ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ତଦନ୍ତ ରିପୋର୍ଟକୁ ଆଧାର କରି ହସ୍ପିଟାଲ ମ୍ୟାନେଜରଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ସ୍ଵାସ୍ଥ୍ୟ ବିଭାଗ P & IM  ବିଭାଗର ସିନିୟର କନସଲଟାଣ୍ଟ ପ୍ରୀୟଦର୍ଶୀ ଦାସ,  NHMର ଷ୍ଟେଟ ଫାଇନାନ୍ସ ମ୍ୟାନେଜର ମଳୟ କୁମାର ପାଣିଗ୍ରାହୀ ଓ NHMର HR କନସଲଟାଣ୍ଟ ଅଜିତ କୁମାର ବିଶ୍ବାଳ ମିଳିତ ଭାବେ ଘଟଣାର ତଦନ୍ତ କରୁଛନ୍ତି । ଲଣ୍ଡ୍ରୀରେ ଆବଶ୍ୟକତାଠାରୁ ଅଧିକ ବିଲ ହୋଇଥିବା ବେଳେ ସିକ୍ୟୁରିଟି, ଆଟେଣ୍ଡାନ୍ସରେ ମଧ୍ୟ ଅଧିକ ବିଲ ହୋଇଛି ।

ସେହିପରି ମର୍ଗ ହାଉସ ଯନ୍ତ୍ରାଂଶ ହେରଫେର ଓ ସଫେଇ କାର୍ଯ୍ୟରେ ଅନିୟମିତତା ହୋଇଥିବା ସବ କମିଟି ତଦନ୍ତରୁ ସ୍ପଷ୍ଟ ହୋଇଛି । ଘଟଣା ପରେ ବିଭିନ୍ନ ମହଲରୁ ଅସନ୍ତୋଷ ପ୍ରକାଶ ପାଇଥିବାବେଳେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି ।

ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ସଫଳ ହୋଇଛି ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ): ସମଗ୍ର ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ଡାକରାକୁ ମିଳିଛି ଜନସମର୍ଥନ. ଗଜପତି ଜିଲ୍ଲାର ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହର ସମେତ ସମଗ୍ର ଜିଲ୍ଲା ର ମୋଟ 7 ଗୋଟି ବ୍ଲକ ଯଥା ମୋହନା, ଆର. ଉଦୟଗିରି, ନୂଆଗଡ, ରାୟଗଡ, ଗୋଷଣୀ ଓ କାଶୀନଗର ଏନଏସି ଓ ବ୍ଲକ ଅଞ୍ଚଳରେ ସଫଳ ହୋଇଛି ବନ୍ଦ ପାଳନା। ସାରା ଜିଲ୍ଲାରେ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ସମ୍ପୂର୍ଣ ବ୍ୟାହତ ହୋଇଛି। ଚକ ଅଖ ବନ୍ଦ ଥିବା ବେଳେ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର, ସରକାରୀ ଅଫିସ ଓ ବ୍ୟାଙ୍କ ଆଦି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ବେଳେ ନାରୀକୁ ସୁରକ୍ଷା ଦେବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଗଜପତି ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ପ୍ରକାଶ କରି କହିଛନ୍ତିଯେ, ବାଲେଶ୍ବର ଫକୀରମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ସୁରକ୍ଷା ଦେଇ ପାରି ନାହାଁନ୍ତି ସରକାର। ତାଙ୍କ ଅସ୍ଵାଭାବିକ ମୃତ୍ୟୁ ପଛରେ ଥିବା ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ସହ ପିଡିତାଙ୍କ ପରିବାରକୁ ୫ କୋଟି ସହାୟତା ପ୍ରଦାନ ଦାବି କରିଛନ୍ତି. ଏହି ବନ୍ଦ ପାଳନରେ ଗଜପତି ଜିଲ୍ଲା ସିପିଏମ ଦଳର ଦଣ୍ଡ ପାଣି ରଇତ, ସିପିଆଇର ଶ୍ରୀନିବାସ ବେହେରାଙ୍କ ସମେତ ବହୁ ବାମପନ୍ଥି ସଦସ୍ୟ ଯୋଗ ଦେଇ ବନ୍ଦ ପାଳନକୁ ସମ୍ପୂର୍ଣ ସଫଳ କରିଥିଲେ. କଂଗ୍ରେସ ନେତ୍ରୀ ଜସ୍ମିନ ଶେଖଙ୍କ ସମେତ ବହୁ ନେତା କର୍ମୀ ପାରଳାଖେମୁଣ୍ଡି ଠାରେ ବନ୍ଦ ପାଳନରେ ସାମିଲ ହୋଇଥିଲେ. ବିଜେପି ସରକାରଙ୍କ ବିଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋଚିତ୍ରକୁ ଦାହ କରିବା ସହ ସେମାନଙ୍କ ଇସ୍ତଫା ଦାବି କରାଯାଇଥିଲା.