Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ

କଟକ: ପ୍ରତି ବର୍ଷ ପରି ଏଥର ମଧ୍ୟ କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ୍ ଖୋଲା ଯାଇଥିବାରୁ ମହାନଦୀରେ ଜଳସ୍ତର ବଢ଼ୁଛି । ଏହି ବନ୍ୟା ଜଳ ଗତ ରାତିରେ ମୁଣ୍ଡଳୀରେ ପହଞ୍ଚିଥିବା ବେଳେ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ନିକଟରେ ୫ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି।

ମହାନଦୀର ବନ୍ୟାଜଳ ମା’ଙ୍କ ମନ୍ଦିର ବେଢାକୁ ଛୁଇଁଛିଥିଲେ ହେଁ ମା’ଙ୍କୁ ଜଳାଶାୟୀ କରିପାରିନି। ବନ୍ୟାଜଳ ମା’ଙ୍କୁ ଜଳାଶୟୀ କରିବାକୁ ଆହୁରି କିଛି ସମୟ ଲାଗିବ ବୋଲି ଅନୁମାନ କରାଯାଉଛି। ଯଦି ମନ୍ଦିରର ଗର୍ଭଗୃହରେ ବନ୍ୟାଜଳ ପ୍ରବେଶ କରେ ତେବେ ମା’ଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମା’ ଙ୍କୁ ସ୍ଥାନାନ୍ତର କରାଯିବ। ସେଥିପାଇଁ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି।

ମନ୍ଦିରରେ ଯେପରି ମା”ଙ୍କ ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନ ଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ମନ୍ଦିରର ପୂଜକ ଶିରିଷ କୁମାର ରଣା କହିଛନ୍ତି, ମା’ଙ୍କ ବେଢାରେ ପାଣି ପଶିଛି। ତହସିଲ କର୍ମଚାରୀ ସଚେତନ ଅଛନ୍ତି। ଗମ୍ଭରାରେ ପାଣି ପଶିଲେ ମା’ଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯିବ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ