Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବରିଷ୍ଠ ପୋଲିସ ଅଧିକାରୀ ହେଲେ ନିଲମ୍ବିତ:ଦିଲ୍ଲୀରୁ ଫେରିଲେ, କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ସେ ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗରେ ଡି.ଆଇ.ଜି ଭାବରେ କାର୍ଯ୍ୟରତ ଥିଲେ।
ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ପରେ ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି ।
ବିଶୃଙ୍ଖଳିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ