Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହାୱଡା-ମୁମ୍ବାଇ ଏକ୍ସପ୍ରେସ ଦୁର୍ଘଟଣା, ଦୁଇ ମୃତକ ଓଡିଶାର

ରାଉରକେଲା: ଆଜି ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ୍ ହୋଇଥିବା ବେଳେ ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ରାଉରକେଲାର ହୋଇଥିବା ବୋଲି ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ମାଲଗୋଦାମ ଅଞ୍ଚଳର ଓ ଅନ୍ୟ ଜଣେ ରେଲୱେ କଲୋନୀର ବୋଲି ସୂଚନା ମିଳିଛି।

ମୃତକଦ୍ୱୟ ହେଲେ ମାଲଗୋଦାମ ଅଞ୍ଚଳର ଅଜିତ ସାମଲ ଓ ରେଲୱେ କଲୋନୀର ବିକାଶ ରାଓ। ଉଭୟଙ୍କ ଘର ପାଖାପାଖି ହୋଇଥିବାରୁ ସେମାନେ ପୂର୍ବରୁ ପରସ୍ପରକୁ ଜାଣିଥିବା ସୂଚନା ମିଳିଛି। ଗତ ରାତିରେ ଉଭୟ ଟିକେଟ କାଟି ଜେନେରାଲ ବଗିରେ ଉଠିଥିଲେ। ମାତ୍ର ଭୋର ୩ଟା୪୫ରେ ଏହି ଦୁର୍ଘଟଣା ଘଟିଛି। ଉଭୟ ଅଜିତ ଓ ବିକାଶଙ୍କ ମୃତଦେହ ଚକ୍ରଧରପୁର ହସ୍ପିଟାଲରେ ରହିଛି।

ଏହି ଖବର ପରେ ଉଭୟଙ୍କ ପରିବାରରେ ଶୋକର ଛାୟା ଖେଳି ଯାଇଛି। ଉଭୟଙ୍କ ପରିବାର ସଦସ୍ୟ ଆଜି ଚକ୍ରଧରପୁର ଯିବେ ବୋଲି ଜଣାଯାଇଛି। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହ ଦୁଇଟି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ।

ଚକ୍ରଧରପୁର ଡିଭିଜନର ରାଜଖରସୁଆଁରୁ ୭ କି.ମି. ଦୂରରେ ଥିବା ବାରାବମ୍ବୋ ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆଜି ଭୋର୍ ୩ଟା ୪୫ମିନିଟରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଛି ହାୱଡା-ମୁମ୍ବାଇ ଏକ୍ସପ୍ରେସ ।

ଦୁର୍ଘଟଣା ଯୋଗୁଁ ଟ୍ରେନ୍‌ର ୧୮ଟି ବଗି ଟ୍ରାକରୁ ଖସି ଯାଇଥିବା ଜଣାଯାଇଛି । ତାହା ମଧ୍ୟରେ ୧୬ଟି ଯାତ୍ରୀ ବଗି, ଗୋଟିଏ ପ୍ୟାଣ୍ଟ୍ରି କାର୍ ଓ ପାୱାର କାର୍ ରହିଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ଟ୍ରାନ୍ ଲାଇଚ୍ୟୁତ ହେଲା ହାୱଡା-ମୁମ୍ବାଇ ଏକ୍ସପ୍ରେସ ତାହାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି ।

ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ଚକ୍ରଧରପୁର ଡିଭିଜନ୍ ଇଊଜଗ ଓ ବରିଷ୍ଠ ରେଳୱେ ଅଧିକାରୀ ପହଞ୍ଚି ସ୍ଥତି ଅନୁଧ୍ୟାନ କରିଛନ୍ତି । ତୁରନ୍ତ ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ବହୁ ଯାତ୍ରୀ ଦୁର୍ଘଟଣାସ୍ଥଳରେ ଅଟକି ରହିଥିବା ବେଳେ ସେମାନଙ୍କୁ ନିଜ ନିଜ ଗନ୍ତବ୍ୟ ପଥକୁ ଯିବାପାଇଁ ରେଲୱେର ସ୍ପେଶାଲ ଟ୍ରେନ୍ ଓ ବସର ବ୍ୟବସ୍ଥା କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ