ହାୱଡା-ମୁମ୍ବାଇ ଏକ୍ସପ୍ରେସ ଦୂର୍ଘଟଣାରେ ୨ ମୃତ ଯାତ୍ରୀ ରାଉରକେଲାର


ସମ୍ବଲପୁର:ସୋମବାର ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ଘଟଣାରେ ୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ୨ ଜଣ ରାଉରକେଲାର ବୋଲି ଜଣାଯାଇଛି। ସେମାନଙ୍କ ମଧ୍ୟରୁ ମୃତକ ଦ୍ୱୟ ହେଲେ ମାଲଗୋଦାମ ଅଞ୍ଚଳର ଅଜିତ ସାମଲ ଓ ରେଲୱେ କଲୋନୀର ବିକାଶ ରାଓ। ରବିବାର ରାତିରେ ଉଭୟ ଟିକେଟ କାଟି ଜେନେରାଲ ବଗିରେ ଉଠିଥିଲେ। ମାତ୍ର ଭୋର ୩ଟା ୪୫ରେ ଏହି ଦୁର୍ଘଟଣା ଘଟିଛି। ଉଭୟ ଅଜିତ ଓ ବିକାଶଙ୍କ ମୃତଦେହ ଚକ୍ରଧରପୁର ହସ୍ପିଟାଲରେ ରହିଛି। ଖବର ଜଣା ପଡ଼ିବା ପରେ ଉଭୟଙ୍କ ପରିବାର ସଦସ୍ୟ ଆଜି ଚକ୍ରଧରପୁର ଯାଇଛନ୍ତି। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହ ଦୁଇଟି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଚକ୍ରଧରପୁର ଡିଭିଜନ୍‌ର ରାଜଖରସୁଆଁରୁ ୭ କିମି ଦୂରରେ ଥିବା ବାରାବମ୍ବୋ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଥିଲା । ଏହି ଦୁର୍ଘଟଣା ଯୋଗୁ ଟ୍ରେନ୍‌ର ୧୮ଟି ବଗି ଟ୍ରାକ୍‌ରୁ ଖସି ପଡିଛି। ତାହା ମଧ୍ୟରେ ୧୬ଟି ଯାତ୍ରୀ ବଗି, ଗୋଟିଏ ପ୍ୟାଣ୍ଟ୍ରି କାର୍ ଓ ପାୱାର କାର୍ ରହିଛି।ଦୁର୍ଘଟଣା ପରେ ପରେ ରେଳବାଇର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଥିବା ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଯାତ୍ରୀଙ୍କୁ ବସ୍ ଓ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ସେମାନଙ୍କର ଗନ୍ତବ୍ୟସ୍ଥଳକୁ ପଠାଯାଇଛି। ହାୱଡ଼ା-ମୁମ୍ବାଇ ମେଲ୍ ଲାଇନଚ୍ୟୁତ ହେବା ପରେ ୫ଟି ଟ୍ରେନ୍ ଚଳାଚଳ ବାତିଲ୍ କରାଯାଇଛି। ଏଥିସହ ୧୭ଟି ଟ୍ରେନ୍ ର ଗତିପଥ ପରିବର୍ତ୍ତନ ହୋଇଛି।ଆସନ୍ତାକାଲି ସୁଦ୍ଧା ଏହି ଟ୍ରେନଲାଇନ୍ ସ୍ୱାଭାବିକ୍ କରାଯିବାକୁ ଯୁଦ୍ଧକାଳିନ ଭିତ୍ତିରେ ମରାମତି କାର୍ଯ୍ୟ ଆରମ୍ଭ ହୋଇଥିବା ସୂଚନା ମିଳିଛି।

ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ସଫଳ ହୋଇଛି ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ): ସମଗ୍ର ଗଜପତି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ ଡାକରାକୁ ମିଳିଛି ଜନସମର୍ଥନ. ଗଜପତି ଜିଲ୍ଲାର ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ସହର ସମେତ ସମଗ୍ର ଜିଲ୍ଲା ର ମୋଟ 7 ଗୋଟି ବ୍ଲକ ଯଥା ମୋହନା, ଆର. ଉଦୟଗିରି, ନୂଆଗଡ, ରାୟଗଡ, ଗୋଷଣୀ ଓ କାଶୀନଗର ଏନଏସି ଓ ବ୍ଲକ ଅଞ୍ଚଳରେ ସଫଳ ହୋଇଛି ବନ୍ଦ ପାଳନା। ସାରା ଜିଲ୍ଲାରେ ବନ୍ଦ ପାଳନ ଯୋଗୁଁ ଜୀବନ ଯାତ୍ରା ସମ୍ପୂର୍ଣ ବ୍ୟାହତ ହୋଇଛି। ଚକ ଅଖ ବନ୍ଦ ଥିବା ବେଳେ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର, ସରକାରୀ ଅଫିସ ଓ ବ୍ୟାଙ୍କ ଆଦି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ବେଳେ ନାରୀକୁ ସୁରକ୍ଷା ଦେବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଗଜପତି ଜିଲ୍ଲା କଂଗ୍ରେସ କମିଟିର ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ପ୍ରକାଶ କରି କହିଛନ୍ତିଯେ, ବାଲେଶ୍ବର ଫକୀରମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ସୁରକ୍ଷା ଦେଇ ପାରି ନାହାଁନ୍ତି ସରକାର। ତାଙ୍କ ଅସ୍ଵାଭାବିକ ମୃତ୍ୟୁ ପଛରେ ଥିବା ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ସହ ପିଡିତାଙ୍କ ପରିବାରକୁ ୫ କୋଟି ସହାୟତା ପ୍ରଦାନ ଦାବି କରିଛନ୍ତି. ଏହି ବନ୍ଦ ପାଳନରେ ଗଜପତି ଜିଲ୍ଲା ସିପିଏମ ଦଳର ଦଣ୍ଡ ପାଣି ରଇତ, ସିପିଆଇର ଶ୍ରୀନିବାସ ବେହେରାଙ୍କ ସମେତ ବହୁ ବାମପନ୍ଥି ସଦସ୍ୟ ଯୋଗ ଦେଇ ବନ୍ଦ ପାଳନକୁ ସମ୍ପୂର୍ଣ ସଫଳ କରିଥିଲେ. କଂଗ୍ରେସ ନେତ୍ରୀ ଜସ୍ମିନ ଶେଖଙ୍କ ସମେତ ବହୁ ନେତା କର୍ମୀ ପାରଳାଖେମୁଣ୍ଡି ଠାରେ ବନ୍ଦ ପାଳନରେ ସାମିଲ ହୋଇଥିଲେ. ବିଜେପି ସରକାରଙ୍କ ବିଫଳତାକୁ ନେଇ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଫଟୋଚିତ୍ରକୁ ଦାହ କରିବା ସହ ସେମାନଙ୍କ ଇସ୍ତଫା ଦାବି କରାଯାଇଥିଲା.