Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୁଧବାର ଓ ଗୁରୁବାର ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ଏବଂ ମୌସୁମି ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବର୍ଷା। ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ