Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ଶ୍ରମିକ ସମବାୟ ସମିତି ପକ୍ଷରୁ ଗୁମ୍ମା ବିଡ଼ିଓ ଙ୍କୁ ବିଭିନ୍ନ ସମସ୍ୟା କୁ ନେଇ ସ୍ମାରକ ପତ୍ର ପ୍ରଦାନ

ପାରଳାଖେମୁଣ୍ଡି:୧/୮(ଗରୁଡ଼ ଧ୍ୱଜ ଚୌଧୁରୀ )-ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଶ୍ରମିକ ସମବାୟ ସମିତି ପକ୍ଷରୁ ଗୁମ୍ମା ବିଡ଼ିଓ ଶ୍ରୀ ଆକାଶ କୁମାର ପଣ୍ଡା ଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଏହି ସ୍ମାରକ ପତ୍ର ପ୍ରଦାନ ସମୟରେ ଶ୍ରମିକ ସମବାୟ ସମିତି ମୁଖ୍ୟ କର୍ମକର୍ତ୍ତାଙ୍କ ମାନେ ସମାଜର ଶ୍ରମିକ, ଗରିବ, ଖଟିଖିଆ ତଥା ଅବହେଳିତ ଶ୍ରେଣୀର ଜନସାଧାରଣ ଙ୍କ ଧାର୍ମିକ, ସାମାଜିକ, ଅର୍ଥନୈତିକ ଓ ଦୈନନ୍ଦିନ ଜୀବନ ଶୈଳୀ ର ବିକାଶ ନିମନ୍ତେ ଶ୍ରମିକ ସମବାୟ ସମିତି ର ଗୁରୁତ୍ଵ ଓ ମହତ୍ତ୍ଵ ସମ୍ବନ୍ଧରେ ଆଲୋଚନା କରିଥିଲେ।ଗୁମ୍ମା ବିଡ଼ିଓ ଶ୍ରୀ ଆକାଶ କୁମାର ପଣ୍ଡା ଶ୍ରମିକ ସମବାୟ ସମିତି ର ଏହି ପରି ପଦକ୍ଷେପ କୁ ସ୍ଵାଗତ କରିବା ସହ ଗୁମ୍ମା ବ୍ଲକର ୨୦ ଗୋଟି ପଂଚାୟତ ରେ ଏହି ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ସହାୟତା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଗୁମ୍ମା ବ୍ଲକ ସହ ଶାଖା ପରିଚାଳକ ଶ୍ରୀ ହୋସେୟ କାର୍ଜୀ, ବିରାଗ କେଶରୀ ଲିମା, ମନୋନିତା ମଣ୍ଡଳ, ମିଟୁ ମଣ୍ଡଳ, ପ୍ରତାପ ରାଇକା ଏବଂ ବିଟୁ ପରିଛା ତଥା ସମସ୍ତ ପଂଚାୟତ ସ୍ତରୀୟ କର୍ମକର୍ତ୍ତା ଗଣ ଉପସ୍ଥିତ ଥିଲେ। ଗୁମ୍ମା ରୁ ନିରୋକ ଷଡ଼ଙ୍ଗୀ ଙ୍କ ରିପୋର୍ଟ news time ଓଡ଼ିଆ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।