ସୋନପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ସମସ୍ତ ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ , ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୁବର୍ଣ୍ଣପୁର ସୂରଜ କୁମାର ପଟ୍ଟନାୟକ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ , ପଞ୍ଚାୟତ ସମିତି ଅଧ୍ୟକ୍ଷ ସୋନପୁର ପ୍ରହଲ୍ଲାଦ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା,ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର , ନିର୍ବାହୀ ଯନ୍ତ୍ରୀ ଆର ଡି ବି ଏନ କେ ରେଡ୍ଡୀ, ତହସିଲଦାର ସୋନପୁର ସୌମ୍ୟାରୂପା ରଥ , ନିର୍ବାହୀ ଅଧିକାରୀ ପୌରପରିଷଦ ସୋନପୁର ମନୋରଞ୍ଜନ ପଣ୍ଡା , ଡେପୁଟି କଲେକ୍ଟର ( ଗ୍ରୀଭେନସ ) ଶୁଭଶ୍ରୀ ରଥ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l