Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା ଆୟୋଜିତ

ବୀରମହାରାଜପୁର : (ସୌମିତ୍ରି ମେହେର) ବୀରମହାରାଜପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସୋମବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ମୋଟ ୭୫ଟି ପ୍ରକଳ୍ପ ସ୍ଥାନ ପାଇଥିଲା । ବିଜ୍ଞାନ ଶିକ୍ଷକ ପ୍ରତ୍ୟୁଷ ରଞ୍ଜନ ପଧାନ ଓ ଅବିନାଶ ପଣ୍ଡା ବିଚାରକ ଭାବେ ଯୋଗଦେଇ ପ୍ରକଳ୍ପ ଗୁଡ଼ିକର ମୂଲ୍ୟାୟନ କରିଥିଲେ । ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଜନକରାମ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ । ବିଜ୍ଞାନ ଆଚାର୍ଯ୍ୟ ଦିଲ୍ଲୀପ ଦାସ ଓ ଆକାଶ ବିଶ୍ଵାଳଙ୍କ ସମେତ ବିଦ୍ୟାଳୟର ସମସ୍ତ ଗୁରୁଜୀ , ଗୁରୁମା ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।