Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲା ସ୍ତରୀୟ ପୋଲିସ ଓ ପ୍ରଶାସନ ସମନ୍ୱୟ ବୈଠକ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ )ଜିଲ୍ଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନେଇ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମନ୍ୱୟ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଅଧ୍ୟକ୍ଷତା କରି ଜିଲ୍ଲାର ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟକ୍ରମ କୁ ସ୍ୱଛତା ର ସହ ସମ୍ପାଦନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ସମନ୍ୱୟ ବୈଠକରେ ସେ ଜିଲ୍ଲା ପ୍ରଶାସନ ସହ ପୋଲିସ ପ୍ରଶାସନର ସମନ୍ୱୟ ରକ୍ଷା କରି ତ୍ୱରିତ ଭାବେ ବକେୟା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ଗୁରତ୍ୱାରୋପ କରିଥିଲେ। ବିଶେଷ କରି ରାଜସ୍ବ, ଜଙ୍ଗଲଜମି, ଅନୁସୂଚିତ ଜାତି ଓ ଜନଜାତି ସମ୍ପର୍କିତ କାର୍ଯ୍ୟକୁ ସୁ-ସମନ୍ୱୟ ରକ୍ଷା ପୂର୍ବକ ସମ୍ପାଦନ ସହ ଜନସାଧାରଣଙ୍କୁ ସେବା ପହଞ୍ଚାଇବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ ପୋଲିସ ପ୍ରଶାସନ ପକ୍ଷରୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକଙ୍କ ସହ ସମସ୍ତ ଥାନା ଅଧିକାରୀ ଉପସ୍ଥିତ ରହିଥିଲେ। ସେହିପରି ଜିଲ୍ଲା ପ୍ରଶାସନ ତରଫରୁ ଉପଜିଲ୍ଲାପାଳ ସୋନପୁର ସୂରଜ ପଟ୍ଟନାୟକ, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି, ସମସ୍ତ ତହସିଲଦାର, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଡିଡବ୍ଲୁଓ ଅଚ୍ୟୁତାନନ୍ଦ ସିଂ, ଆରଟିଓ ଅକ୍ଷୟ କୁମାର ଜେନା, ଟିପିଡବ୍ଲୁଓଡିଏଲ ନିର୍ବାହୀ ଯନ୍ତ୍ରୀ ଅଶୋକ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଡେପୁଟି କଲେକ୍ଟର (ନ୍ୟାୟିକ ଶାଖା ) କେ ରିଚି କୁମାର, ବରିଷ୍ଠ କିରାଣୀ ଦିନେଶ ମିଶ୍ରଙ୍କ ସହ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ରାଜସ୍ବ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ