Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସକ୍ରିୟ ମୌସୁମୀ ଏବଂ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

ପାଣିପାଗ ବିଭାଗ ଅନୁଯାୟୀ, ପରବର୍ତ୍ତୀ ଦୁଇ ଦିନ ଅର୍ଥାତ୍ ୧୧ ଓ ୧୨ ତାରିଖରେ କାଁ ଭାଁ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।

ସେହିପରି ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସ୍‌ଆରସିଙ୍କ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ପ୍ରଶାସନ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ