Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍‌

ନୀଳଗିରି: ସଂପ୍ରତି ଓଡିଶାରେ ବର୍ତ୍ତମାନ ଆକ୍ଟିଭ ମୋଡରେ ଭିଜିଲାନ୍ସ । ଏହି ଏଜେନ୍ସି ହାତରେ ଧରା ପଡୁଛନ୍ତି ମାଳମାଳ ଦୁର୍ନୀତି ଖୋର ଅଧିକାରୀ । ଏହିକ୍ରମରେ ଏବେ ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଜିଲ୍ଲା ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । କୋଟିଏ ଟଙ୍କାର ଅର୍ଥ ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ଏହି ଚଢଉ କରିଛି।

ଓଏମବିଏଡିସି ପାଣ୍ଠି ହଡପ ଅଭିଯୋଗରେ ପରୀକ୍ଷିତ ଜେନାଙ୍କ ବାଲିଗୋହିରି ସ୍ଥିତ ଭଡ଼ା ଘର,ମୟୂରଭଞ୍ଜର ଥିବା ପୈତୃକ ଘର ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଭିଜିଲାନ୍ସର ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି ଓ ୬ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।

ମୟୂରଭଞ୍ଜ ଜିଲ୍ଲା ସିମୁଳିଆରେ ପରୀକ୍ଷିତ ବିଡିଓ ଥିବା ବେଳେ ଓଏମବିଏଡିସି ପାଣ୍ଠିରୁ କୋଟିଏ ୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗ ହୋଇଛି। ୨୦୨୧-୨୨ ଓ ୨୦୨୨-୨୩ ଆର୍ଥିକ ବର୍ଷରେ ସୁଳିଆପଦା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାମ ପାଇଁ ଟଙ୍କା ମଞ୍ଜୁର ହୋଇଥିଲା। କୌଣସି କାମ ନହୋଇ ଓଏମବିଏଡିସି ପାଣ୍ଠି ହଡ଼ପ ହୋଇଥିବା ଅଭିଯୋଗ ହୋଇଥିବା ଜଣାପଡିଛି। ଏହି ଘଟଣାରେ ଭିଜିଲାନ୍ସ ଟିମ୍ ମୟୂରଭଞ୍ଜର ଥିବା ପୈତୃକ ଘରେ ରେଡ୍ କରିବା ସହ ତଥ୍ୟ ପ୍ରମାଣ ଯୋଗାଡ଼ କରୁଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ