ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ରେ ୭୮ତମ ସ୍ଵାଧୀନତା ଦିବସ ପାଳିତ


କଳାହାଣ୍ଡି:୧୬/୦୮
ଭବାନୀପାଟଣା ସ୍ଥିତ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ରେ ୭୮ତମ ସ୍ଵାଧୀନତା ଦିବସ ପାଳିତ ହୋଇ ଯାଇଛି । ଉକ୍ତ ଉତ୍ସବରେ ଶ୍ରୀ ପ୍ରଭୁଦତ୍ତ ହିମାଂଶୁ ମିଶ୍ର ଓଡ଼ିଶା ଫରେଷ୍ଟ ସର୍ଭିସ୍ କଞ୍ଜରଭେଟର ଅଫ ଫରେଷ୍ଟ ଉତ୍ତର ବନଖଣ୍ଡ , କଳାହାଣ୍ଡି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ସମ୍ମାନିତ ଅତିଥି ଭାବେ ଶିକ୍ଷା ପ୍ରଭାରୀ ଡି.ବିଜୟା, ପରିଚାଳନା କମିଟି ସଦସ୍ୟା ଶ୍ରୀମତୀ ଡି.ପଦ୍ମିନୀ, ବି.ବି. ଏ, ବି.ସି. ଏ ବିଭାଗର ଅଧ୍ୟକ୍ଷ ଡ଼ ସୁଦୀପ୍ତ ଜେନା, ବିକାଶ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ଆଦିତ୍ୟ ପଟ୍ଟନାୟକ , ବିକାଶ ନର୍ସିଂ କଲେଜ ଅଧ୍ୟକ୍ଷା କେ.ଜୟଶ୍ରୀ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର, ବିକାଶ ଆବାସିକ ବିଦ୍ୟାଳୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ମହାନ୍ତି , ଜେନେରାଲ ମ୍ୟାନେଜର ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ମଞ୍ଚାସିନ ଥିଲେ । ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର ସ୍ବାଗତ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷା କେ.ଜୟଶ୍ରୀ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । ବିକଶିତ ଭାରତକୁ ଦୃଷ୍ଟିରେ ରଖି ଆମକୁ ଦୂର ଦୃଷ୍ଟି ସମ୍ପନ୍ନ ହୋଇ ଦେଶର ଉନ୍ନତିରେ ଭାଗୀଦାର ହେବାକୁ ଅତିଥିଗଣ ତାଙ୍କ ବକ୍ତବ୍ୟରେ ଗୁରୁତ୍ୱ ଆରୋପ କରିଥିଲେ । ପ୍ୟାରେଡ଼ ରେ ଶ୍ରେଷ୍ଠ ବିବେଚିତ ଦଳକୁ ରନିଂ ସିଲ୍ ପ୍ରଦାନ କରାଯାଇଥିଲା । ଏହି ଅବସରରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ନୃତ୍ୟ ଓ ସଙ୍ଗୀତରେ ଶ୍ରେଷ୍ଠ ବିବେଚିତ ଦଳ ଗୁଡ଼ିକୁ ପୁରସ୍କୃତ କରାଯାଇଥିଲା । ପରିଶେଷରେ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।