Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଣିପେଣ୍ଠ ଗ୍ରାମ ସ୍ଥିତ ନିୟତି ସ୍କୁଲ ପରିସର ରେ ୭୮ ତମ ସ୍ଵାଧୀନତା ଦିବସ ପାଳିତ

ପାରଳାଖେମୁଣ୍ଡି:୧୭/୮(ଗରୁଡ଼ ଧ୍ଵଜ ହୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ରଣିପେଣ୍ଠା ଗ୍ରାମ ସ୍ଥିତ ନିୟତି ସ୍କୁଲ୍ ପରିସରରେ ୭୮ ତମ ସ୍ଵାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି ନୀୟତି ସ୍କୁଲ ର ଅଧକ୍ଷା ସ୍ୱେହଲତା ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପିଲା ମାନଙ୍କ ଆରୋଗ୍ୟ କାମନା କରିଥିଲେ ।ଏହି ଅବସରରେ ଦେଶପାଇଁ ପ୍ରାଣବଳୀ ଦେଇଥିବା ସ୍ଵାଧୀନତା ସଂଗ୍ରାମୀ ଓ ଦେଶର ସହିଦ ଯବାନ ମାନଙ୍କ ସ୍ମୃତିଚାରଣ କରି ସେମାନଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ସହ ବର୍ତ୍ତମାନର ଯବାନ ମାନଙ୍କୁ ସେଲୁଟ ଜଣାଇଥିଲେ ।
କୋଷାଧ୍ୟକ୍ଷ ଶ୍ରୀ ଲୋକନାଥ ମିଶ୍ର ଏହି ପବିତ୍ର ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଦେଶ ପାଇଁ ଆଜିର ଯୁବ ସମାଜ ଆଗେଇବା ଆସିବା ଦରକାର ବୋଲି କହିଥିଲେ ।ବିନୋଦିନୀ ବିଜ୍ଞାନ ମହା ବିଦ୍ୟାଳୟର ଅଧକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକ ଙ୍କ ପରିଚାଳନା ରେ ମହାବିଦ୍ୟାଳୟ ର ଛାତ୍ରୀ ମାନେ ଦେଶାତ୍ମବୋଧକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ ।ଶିକ୍ଷୟତ୍ରୀ ଜ୍ୟୋତ୍ସ୍ନା ଖଟୁଆ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ ସୁନିତ୍ ଗମାଙ୍ଗ ଓ ଜୟା ଆମ୍ମା ପରିଚାଳନାରେ ସହଯୋଗ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।