Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପଞ୍ଚଗାଁ ଶିଶୁ ମନ୍ଦିରରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ

ଝାରସୁଗୁଡା ୧୯/୮ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ପଞ୍ଚଗାଁ ପଞ୍ଚାୟତ ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ମହା ସମାରୋହରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇ ଯାଇଛି । ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ରଥ ଙ୍କ ତତ୍ୱାବଧାନରେ ଆୟୋଜିତ ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷକ ତଥା ବିଦ୍ୱତ ପରିଷଦ ବରିଷ୍ଠ ସଦସ୍ୟ ଜଗଦୀଶ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦ୍ବୀପ ପ୍ରଜ୍ବଳନ ପୂର୍ବକ ପୂଜାର୍ଚ୍ଚନା ପରେ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ମିଶ୍ର ରକ୍ଷାବନ୍ଧନ ତାତ୍ପର୍ଯ୍ୟ ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ବିଷଦ ଭାବେ ବୁଝାଇଥିଲେ । କାର୍ଯ୍ୟକ୍ରମକୁ ଗୁରୁମା ବିଜୟ ଲକ୍ଷ୍ମୀ ପ୍ରଧାନ ପରିଚାଳନା କରିଥିବା ବେଳେ ଗୁରୁମା ତୋଲୋତ୍ତମା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଗୁରୁଜୀ,ଗୁରୁମା,ସେବକ ଓ ସେବୀକା ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରା ଯାଇଥିଲା ।