Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା

ଜମନକିରା : ଜମନକିରା ବ୍ଲକ ଟିକିଲିପଡ଼ା ପଞ୍ଚାୟତ ସଦର ମହକୁମା ସ୍ଥିତ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବାସନ୍ତୀ ବେହେରା ପୁରସ୍କାର ବିତରଣି ସଭାରେ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ଭାବେ ଜମନକିରା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ରୋହିତ ଭୋଇ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ସମ୍ମାନୀୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦେବକୀ ନାଏକ, ସିରିଡ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲ, ଷଣ୍ଢପଥର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ଜଗତ ପ୍ରମଖ ମଞ୍ଚାଷିନ ରହି କୃତି ପ୍ରତିଯୋଗୀ କୁ ମାନପତ୍ର ସହ ସମ୍ମାନୀତ କରିଥିଲେ। କୁଇଜ୍ ପ୍ରତିଯୋଗିତାରେ ଚିନିମହୁଲ ଆଦର୍ଶ ବିଦ୍ୟାଳୟ ର ରୋହନ ରାଜ ଗିରି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଛାତ୍ର ଅନିକେତ ସାହାଣୀ ଏବଂ ଆଦର୍ଶ ବିଦ୍ୟାଳୟର ଆଶୁତୋଷ ଆଚାର୍ଯ୍ୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। କାର୍ଯ୍ୟକ୍ରମ କି ସହକାରୀ ଶିକ୍ଷକ ନିରଞ୍ଜନ ସିଟ ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷକ ଶିବ ଶଙ୍କର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ