Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୯୧ ପୂର୍ବତନ ବିଡିଓଙ୍କ ବିରୋଧରେ ହେବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ରାଜ୍ୟର ୯୧ ପୂର୍ବତନ ବିଡିଓଙ୍କ ବିରୋଧରେ ଏବେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାରାଧୀନ ରହିଛି । ଏହି କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାର ସମାପ୍ତି ପାଇଁ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ନେଉଛନ୍ତି ବୋଲି ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି ।

ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ କୁମାର ବେହେରାଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ପଂଚାୟତିରାଜ ମନ୍ତ୍ରୀ ରାଜ୍ୟରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧୀନ ଥିବା ପୂର୍ବତନ ବିଡିଓଙ୍କ ତାଲିକାକୁ ସାର୍ବଜନୀନ କରିଛନ୍ତି । ତେବେ ଏହି ବିଡିଓମାନଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହୋଇଥିଲା ସେ ନେଇ ମନ୍ତ୍ରୀ କିଛି ସୂଚନା ଦେଇନାହାନ୍ତି ।