ଭିଜିଲାନ୍ସ ଜାଲରେ ବିଇଓ, ୬ଟି ସ୍ଥାନରେ ଚଢ଼ାଉ


ଗଞ୍ଜାମ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ ଟିମ୍ । କଳାଧନ ଠୁଳ କରିଥିବା ଏହି ବାବୁ ଜଣଙ୍କ ହେଲେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ର । ଭିଜିଲାନ୍ସ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ।

ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରୁଛି । ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରିବା ପରେ ଆଜି ତାଙ୍କ ଘରେ ଚଢ଼ାଉ କରିଛି ।