Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀଠାରେ ସୁଭଦ୍ରାକୁ ଯୋଜନାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୯/୮(ଗରୁଡ଼ ଧ୍ଵଜ ଚୌଧୁରୀ)ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ । ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରିଥିଲେ। ଜିଲ୍ଲାରେ ଏହି ଯୁଗାନ୍ତକାରୀ ଯୋଜନାରେ ଯୋଗ୍ୟ ମହିଳା ହିତାଧିକାରୀ ସଚେତନ ହେବା ସହିତ କିପରି ଏହି ଯୋଜନାରେ ସାମିଲ ହୋଇ ସେମାନେ ଉପକୃତ ହେବେ ଏବଂ ଏହା ଜିଲ୍ଲାରେ ସଫଳତା ଭାବେ କିପରି କାର୍ଯ୍ୟକାରୀ ହେବ ସେ ଉପରେ ବିଭାଗୀୟ ଅଧିକାରୀମାନେ ଯତ୍ନବାନ ହୋଇ କାର୍ଯ୍ୟ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଯୋଜନା ସମ୍ପର୍କରେ ଅଧିକ ଜାଣିବା ପାଇଁ ହିତାଧିକାରୀମାନେ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ,ମୋ ସେବାକେନ୍ଦ୍ର, ଜନସେବା କେନ୍ଦ୍ରକୁ ଯାଇ ସେଠାରେ ମାଗଣାରେ ଉପଲବ୍ଧ ଫର୍ମପୂରଣ କରି ଆବେଦନ କରିପାରିବେ। ଫର୍ମପୂରଣ କରିବା ନିମନ୍ତେ କେବଳ ଆଧାର କାର୍ଡ ଅନୁଯାଇ କରାଯିବ। ଅଧିକ ସୂଚନା ଜାଣିବା ପାଇଁ ସ୍ଥାନୀୟ ସିଡିପିଓ ଙ୍କ କାର୍ଯ୍ୟଳୟରେ ଯୋଗାଯୋଗ କରି ଅଧିକ ସମ୍ପୂର୍ଣ୍ଣ ସହାୟତା ପାଇପାରିବେ। ସେହିପରି ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧୁକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ସୁଭଦ୍ରା ଯୋଜନା ସମ୍ପର୍କରେ ବିସ୍ତୃତ ବାଭେ ସୂଚନା ପ୍ରଦାନ ଦେଇଥିଲେ।ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପୃଥ୍ବୀବ ରାଜ ମଣ୍ଡଳ, ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ମନୋରମା ଦେବୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ , ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ ଶ୍ରୀ ମହେଶ୍ୱର ମଣ୍ଡଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁଙ୍କ ସମେତ ଲାଇନ୍ ବିଭାଗୀୟ ଅଧିକାରୀ ସମେତ ଆଧାର ସହାୟତା କେନ୍ଦ୍ର ଓ ଜନସେବା କେନ୍ଦ୍ରର କର୍ମଚାରୀମାନେ ଯୋଗ ଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l