Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନିର୍ବାଚନ ବେଳେ ବଜେପି ଦଳ ଗଜପତି ଜିଲ୍ଲା ର ଜନସାଧାରଣଙ୍କୁ ବିଭିନ୍ନ ପ୍ରତିଶ୍ରୁତି ଦେଇ ପୁରଣ କରିନଥିବା ଯୋଗୁଁ ବଜେଡି ଦଳ ତା ବିରୁଦ୍ଧରେ ରାଜ ରାସ୍ତା କୁ ଓହ୍ଲାଇଲା

ପାରଳାଖେମୁଣ୍ଡି:୩/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ବଜେଡି ଦଳ ପକ୍ଷରୁ ଗତ ସାଧାରଣ ନିର୍ବାଚନରେ ବିଜେପି ସରକାର ଜନସାଧାରଣଙ୍କୁ ଦେଇଥିବା ବିଭିନ୍ନ ପ୍ରତିଶୃତି ପୂରଣ କରି ଥିବାରୁ ତାହା ବିରୋଧରେ ଏକ ବିରାଟ ରାଲି ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣଗ୍ରାହୀଙ୍କ ନେତୃତ୍ୱରେ ଗୁମ୍ମା ବ୍ଲକର ସଦର ମହକୁମା ଗୁମ୍ମା ସହର ପରିକ୍ରମା କରି ବିଜେପି ସରକାରଙ୍କ ଗରୀବ ବିରୋଧୀ ନୀତିର ତୀବ୍ର ସମାଲୋଚନା କରିବା ସଙ୍ଗେ ସଙ୍ଗେ ବିଜେପି ଦେଇଥିବା ପ୍ରତିଶ୍ରୁତି ପାଳନ କରିବା ପାଇଁ ଦାବୀ କରିଥିଲେ l ନହେଲେ ଆଗାମୀ ଦିନରେ ଆନ୍ଦଳନ କୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଥିଲେ l ଏହି ରାଲିରେ
ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ଇଂ ରୂପେଶ କୁମାର ପାଣିଗ୍ରାହୀ, ବିଜେଡି ସମ୍ପାଦକ ପ୍ରଦୀପ ନାୟକ, ଜିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ,ବ୍ଲକ ଅଧକ୍ଷା ସୁନେମି ମଣ୍ଡଳ, ଉପାଧ୍ୟାକ୍ଷ ଶ୍ରୀନବାସ ରାଓ , ବ୍ଲକ ସଭାପତି ଅଗଷ୍ଟସ ଗମାଙ୍ଗ, ଯୁବ ଛାତ୍ର ସଭାପତି ଗୁଡ଼ୁ, ଯୁବ ସଭାପତି ନିରଜ ଷଢଙ୍ଗୀ,ଲକ୍ଷ୍ମୀ କାନ୍ତ ପରିଛା, ଦାନାନା ଅପାରାଓ, ମସୁଲୁନ ରଇତ, ପ୍ରିତମ ପାଳ ସମେତ ବିଜେଡି ଶତାଧିକ ନେତା କର୍ମୀ ଓ ବିଜୁ ପ୍ରେମୀ ଯୋଗଦେଇ ଏହି ରାଲିରେ ଅଂଶ ଗ୍ରହଣ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।