Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ

ପାରଳାଖେମୁଣ୍ଡି:୫/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ତିତ ଗଜପତି ଷ୍ଟାଡିୟମ ଠାରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ – ୨୦୨୪ ଆୟଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ଇଂ ରୂପେଶ କୁମାର ପାଣିଗ୍ରାହୀ, ମୋହନା ବିଧାୟକ ଦାଶରଥି ଗୋମାଙ୍ଗ
ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ବିଜୟ କୁମାର ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ ଏବଂ ଅତିରିକ୍ତ ଜିଲ୍ଲା ପାଳ ରାଜେନ୍ଦ୍ର ମିଞ୍ଜ ଯୋଗ ଦେଇଥିଲେ । ଏହି ଅବସରେ ୯୩୫ ଜଣ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଏବଂ ମାନପତ୍ର ପ୍ରଦାନ କରାଯାଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l