Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୦/୯(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀବରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମେତ ଖରଡ଼ା, ରାଣୀପେଣ୍ଠ ଓ ସିଦ୍ଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୭୩ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୬୮ ଗୋଟି ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀମତୀ ବି.ସାୟାମା, ଅଧ୍ୟକ୍ଷା,ପଞ୍ଚାୟତ ସମିତି କାଶୀନଗର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦମ୍ବୁରୁଧର ମଲ୍ଲିକ,ତହସିଲଦାର ଶ୍ରୀ ଅଶୋକ କୁମାର ପ୍ରଧାନ, ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କୁମାରୀ ରଇତ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।